Odisha Link
Bridging the Missing Links in Odisha

କରୋନା: ଦେଶରେ ୨୨ଶହ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି।‌ ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୬୭ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୪୨୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୯୭ ଜଣ ଲୋକଙ୍କ ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭,୧୫୨ରେ ପହଁଞ୍ଚିଛି। ସେମଧ୍ୟରୁ ୨୨୦୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪୪,୦୨୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୦,୯୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର କାରଣ।

Comments are closed.