Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କୋଭିଡ-୧୯ ବା କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୩ଟା ସମୟରେ ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଭିଡିଓ କନଫରେନ୍ସିଂରେ କରୋନା ମହାମାରୀ ପ୍ରସଙ୍ଗରେ ଆଲୋଚନା କରିବେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର କହିବା ଅନୁଯାୟୀ ପ୍ରଧାନମନ୍ତ୍ରୀ କରୋନା ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣରେ ଭାରତର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ। ଏହା ସହିତ ଦେଶରେ ଆରମ୍ଭ ହୋଇଥିବା ଅର୍ଥନୈତିକ କାର୍ଯ୍ୟକଳାପ ଉପରେ ଆଲୋଚନା କରିବେ। ​ମେ’ ୧୭ରେ ତୃତୀୟ ପର୍ଯ୍ୟାୟ ଲକଡାଉନ ହଟିବା ପରେ କି ପ୍ରକାର ପଦକ୍ଷେପ ନିଆଯିବ ସେସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। କଣ୍ଟେନମେଣ୍ଟ ଜୋନରେ କରୋନା ସଂକ୍ରମଣ ନିୟନ୍ତ୍ରଣ ବାବଦରେ ମଧ୍ୟ ଆଲୋଚନା ହେବ।

ଏହି ଆଲୋଚନାରେ ମୋଦୀଙ୍କ ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ଦେଶରେ ନୋଭେଲ କରୋନା ଭୂତାଣୁ ସଂକ୍ରମଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଏହା ୫ମ ପର୍ଯ୍ୟାୟ ଆଲୋଚନା ହେବ।

Comments are closed.