Odisha Link
Bridging the Missing Links in Odisha

କରୋନା: ଆଉ ୨୩ ଆକ୍ରାନ୍ତ ଚିହ୍ନଟ, ମୋଟ ୪୩୭

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟରେ ଆଉ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୨୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଁଞ୍ଚିଛି। ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪୯ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.