ସରପଞ୍ଚ ବି କରୋନା ଯୋଦ୍ଧା, ମୃତ୍ୟୁ ହେଲେ ମିଳିବ ୫୦ ଲକ୍ଷର ବୀମା

ଭୁବନେଶ୍ବର: ଏଣିକି ସରପଞ୍ଚ (ବର୍ତ୍ତମାନ ଜିଲ୍ଲାପାଳ କ୍ଷମତା ପ୍ରାପ୍ତ) ମଧ୍ୟ କରୋନା ଯୋଦ୍ଧା। ଏ ନେଇ ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏନେଇ ଆଜି ସନ୍ଧ୍ୟାରେ ଟୁଇଟ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ, ତୃଣମୂଳସ୍ତରରେ କରୋନା ମୁକାବିଲା ପାଇଁ ସରପଞ୍ଚମାନେ ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ କୋଭିଡ ସୁବିଧାଗୁଡ଼ିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ୱପୂର୍ଣ୍ଣ କାର୍ଯ୍ୟ କରୁଛନ୍ତି। ସେମାନେ ଆମ ଆଗ ଧାଡ଼ିର ଯୋଦ୍ଧା। ସେମାନଙ୍କ ପରିବାରର ହିତ ପାଇଁ ପୂର୍ବ ଘୋଷିତ ୫୦ ଲକ୍ଷ ସହାୟତା ରାଶିରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।
ସେହିପରି ବେସରକାରୀ ତଥା ସରକାରୀ କ୍ଷେତ୍ରର ଯେକୌଣସି ବ୍ୟକ୍ତି ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ସମେତ କୋଭିଡ ସୁବିଧା ପରିଚାଳନାରେ ନିୟୋଜିତ ଅଛନ୍ତି ସେମାନେ ମଧ୍ୟ ଆମର କରୋନା ଯୋଦ୍ଧା। ସେମାନଙ୍କ ପରିବାରକୁ ମଧ୍ୟ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ତୃଣମୂଳସ୍ତରରେ କରୋନା ମୁକାବିଲା ପାଇଁ ସରପଞ୍ଚମାନେ ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ କୋଭିଡ ସୁବିଧାଗୁଡ଼ିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ୱପୂର୍ଣ୍ଣ କାର୍ଯ୍ୟ କରୁଛନ୍ତି। ସେମାନେ ଆମ ଆଗ ଧାଡ଼ିର ଯୋଦ୍ଧା। ସେମାନଙ୍କ ପରିବାରର ହିତ ପାଇଁ ପୂର୍ବ ଘୋଷିତ ₹୫୦ ଲକ୍ଷ ସହାୟତା ରାଶିରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।
— Naveen Patnaik (@Naveen_Odisha) May 14, 2020