Odisha Link
Bridging the Missing Links in Odisha

ରାଜ୍ୟରେ ୭ଶହ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଜି ସକାଳୁ ସକାଳୁ ନୂଆ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରେ ପ୍ରକାଶ ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୩୧ ଜଣ, ଗଞ୍ଜାମରୁ ୧୩ ଜଣ, କଟକରୁ ୬ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ପୁରୀରୁ ୪ଜଣ, ଖୋର୍ଦ୍ଧାରୁ ୩ଜଣ, ମୟୂରଭଞ୍ଜରୁ ୨ ଜଣ ଏବଂ ନୟାଗଡ଼ରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ୭୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ୫୬୮ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.