କରୋନା: ୨୪ ଘଣ୍ଟାରେ ୪୯୮୭ ନୂଆ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୯୫୬ ଜଣ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୯୦ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୪୯୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୨୦ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଦେଶରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦,୯୭ରେ ପହଁଞ୍ଚିଛି। ସେମଧ୍ୟରୁ ୨୮୭୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୫୩,୯୪୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୩୪,୧୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ଗୋଟିଏ ଦିନରେ ଦେଶରେ ୩୯୫୬ ଜଣ ଆାକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଦେଶ ପାଇଁ ଏକ ଭଲ ଖବର।
ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।