Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୦୨ ଆକ୍ରାନ୍ତ ଚିହ୍ନଟ, ମୋଟ ୯୭୮

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ନୂଆ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ଏଥିସହିତ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ଚିହ୍ନଟ ହୋଇଥିବା ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୩୧ ଜଣ, ଜଗତସିଂହପୁରରୁ ୨୩ ଜଣ, ଭଦ୍ରକରୁ ୨୧ ଜଣ, କଟକ, ଖୋର୍ଦ୍ଧା ଓ ପୁରୀରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ବର ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୨ ଜଣଙ୍କ ମଧ୍ୟରୁ ୯୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରେ ରହୁଥିବା ବେଳେ ୫ ଜଣ ସ୍ଥାନୀୟ ଲୋକ ଆକ୍ରାନ୍ତ ହୋିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ କଟକର ଜଣେ ୭୫ ବର୍ଷିୟ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ମୋଟ ୯୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି। ସେମଧ୍ୟରୁ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୯୬ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.