Odisha Link
Bridging the Missing Links in Odisha

ଭଲ ଖବର: ସୁସ୍ଥ ହେଲେ ଆଉ ୩୬ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ଆଜି ସୁସ୍ଥ ହେଲେ ଆଉ ୩୬ ଜଣ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୪୩ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁୁ ଟୁଇଟ କରି ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ୩୬ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୨୩, ଯାଜପୁରର ୫, ମୟୁରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳ, ରାଉକେଲାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ରାଜ୍ୟରେ ବର୍ତ୍ତମାନ ୧୦୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦୩ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.