Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୮୬ ଆକ୍ରାନ୍ତ ଚିହ୍ନଟ, ମୋଟ ୧୧୮୯

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ୧୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିିଛି।

୮୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୪୬ ଜଣ, କଟକରୁ ୧୧ ଜଣ, ନୟାଗଡ଼ରୁ ୬ଜଣ, ଗଞ୍ଜାମରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ୩ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗୀରରୁ ୨ଜଣ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରେ ରହୁଥିବା ବେଳେ ୫ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଆଉ ଜଣେ ଆକ୍ରାନ୍ତ କଣ୍ଟିନମେଣ୍ଟ ଅଞ୍ଚଳର ବୋଲି ସୂଚନା ରହିଛି। ରାଜ୍ୟରେ ବର୍ତ୍ତମାନ ୧୧୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କର ମୃତ୍ୟୁ ହୋଇଛି। ଆଉ ୭୮୯ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.