ରାଜ୍ୟରେ ଆଉ ୬୭ ଆକ୍ରାନ୍ତ ଚିହ୍ନଟ, ମୋଟ ୧୬୬୦
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ପୁଣି ୬୭ ଜଣ କରୋନା ଆକ୍ରାନ୍ତ ରାଜ୍ୟରେ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୬ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ବର୍ତ୍ତମାନ ୧୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ୧୦ଟି ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାଗଡ ଜିଲ୍ଲାରୁ ୭, ସୁବର୍ଣ୍ଣପୁରରୁ ୪, ବଲାଙ୍ଗୀର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଓ ବରଗଡ ଜିଲ୍ଳାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୫ ଜଣ କ୍ବରାଣ୍ଟିନ୍ ସେଣ୍ଟରରେ ଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ବର୍ତ୍ତମାନ ମୋଟ ୧୬୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୮୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ବର୍ତ୍ତମାନ ୮୪୧ ଜଣ ସକ୍ରିୟ ଆକ୍ରାନ୍ତ ଥିବାବେଳେ ସମସ୍ତେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.