Odisha Link
Bridging the Missing Links in Odisha

କରୋନା: ଦିନକରେ ସର୍ବାଧିକ ୮,୩୮୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧ ଲକ୍ଷ ୮୨ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୮,୩୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୯୩ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୪୬୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦେଶରେ ଗୋଟିଏ ଦିନରେ ସର୍ବାଧିକ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୨,୧୪୩ରେ ପହଁଞ୍ଚିଛି। ସେମଧ୍ୟରୁ ୫୧୬୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୮୯,୯୯୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୮୬,୯୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର।

ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.