Odisha Link
Bridging the Missing Links in Odisha

ରାଜ୍ୟରେ ୧୯ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୨୯ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଜି ପୁଣି ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୯୪୮ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟର ୧୯ଟି ଜିଳ୍ଲାରୁ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ଗଜପତିରୁ ୧୬ ଜଣ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଡ଼ାରୁ ୧୨, ବଲାଙ୍ଗୀରରୁ ୧୧ ଏବଂ ଗଞ୍ଜାମ ଓ ଯାଜପୁରରୁ ୧୦ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରରୁ ୬ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କଟକରୁ ୫ଜଣ, ପୁରୀ ଓ ଦେବଗଡ଼ରୁ ୪ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୧୨୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ ଆକ୍ରାନ୍ତ କ୍ବାରାଣ୍ଟିନ୍‌ ସେଣ୍ଟରରେ ଥିବାବେଳେ ୧୦ ଜଣ ସ୍ଥାନୀୟ ବାସିନ୍ଦା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ୧୯୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୧୦୫୦ ଜଣ ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କର ମୃତ୍ୟୁ ହୋଇଛି। ୮୮୯ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.