ଭୁବନେଶ୍ବରରେ କରୋନା: ଆଉ ୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ଆଜି ପୂର୍ବାହ୍ନରେ ରାଜ୍ୟର ୧୩ଟି ଜିଲ୍ଲାରୁ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜଧାନୀ ଭୁବନେଶ୍ବରରୁ ଆଜି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।
୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ଏମସର ଜଣେ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ଆଇଗିଣିଆ ଓ ଡୁମୁଡ଼ୁମାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡୁମୁଡୁମା ଆକ୍ରାନ୍ତ ଜଣକ କଳିଙ୍ଗବିହାର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଅନ୍ୟ ଜଣେ ସଂକ୍ରମିତ ହୋମ୍ କ୍ୱାରେଣ୍ଟିନରେ ଥିଲେ। ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ଓ ପଡ଼ୋଶୀ କ୍ୱାରେଣ୍ଟିନରେ ରହିବେ।
କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି। ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଛି।
Comments are closed.