Odisha Link
Bridging the Missing Links in Odisha

କରୋନା: ଦିନକରେ ୨୬୦ ଜଣଙ୍କର ମୃତ୍ୟୁ, ମୋଟ ୬୦୭୫

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ୨ ସପ୍ତାହ ମଧ୍ୟରେ ଦେଶରେ ୧ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨ ଲକ୍ଷ ୧୬ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୯୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୬୦ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ପ୍ରଥମକରି ଦେଶରେ ଗୋଟିଏ ଦିନରେ ସର୍ବାଧିକ ଏତେ ସଂଖ୍ୟକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୩୮୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬,୯୧୯ରେ ପହଁଞ୍ଚିଛି। ସେମଧ୍ୟରୁ ୬୦୭୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୦୬,୭୩୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୦୪,୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର।

ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.