Odisha Link
Bridging the Missing Links in Odisha

ଦିନକରେ ସର୍ବାଧିକ ୧୭୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ସ୍ଥାନୀୟ ଅଞ୍ଚଳର ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଙ୍କ ମଧ୍ୟରେ ଯାଜପୁରରୁ ୧୯, ଖୋର୍ଦ୍ଧା ୯, ଝାରସୁଗୁଡା ୧, ନୟାଗଡ଼ରୁ ୭, କଟକରୁ ୧୩ , ମୟୁରଭଞ୍ଜରୁ ୧୩, ଭଦ୍ରକରୁ ୪, କଳାହାଣ୍ଡିରୁ ୨, ଗଞ୍ଜାମରୁ ୬୪, ଗଜପତିରୁ ୧୦, ବଲାଙ୍ଗୀରରୁ ୧୧,ବାଲେଶ୍ୱରରୁ ୧୧, ପୁରୀରୁ ଜଣେ ଏବଂ ନୂଆପଡାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମନା ୨୭୮୧ରେ ପହଁଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ୧୬୦୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧୬୭ ଜଣ ସକ୍ରିୟ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୮ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି

Comments are closed.