Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ୨୧ଶହ ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ଆଜି ରାଜ୍ୟରେ ଆଉ ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୧ଶହ ଟପିଛି। ରାଜ୍ୟରେ ବର୍ତ୍ତମାନ ୨୧୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ୧୪୦ ଜଣଙ୍କ ମଧ୍ୟରୁ କଟକରୁ ୨୪, ଗଞ୍ଜାମରୁ ୨୨, ନୂଆପଡ଼ାରୁ ୨୧ ଜଣ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହପିରି ସୁନ୍ଦରଗଡ଼ରୁ ୮, ବଲାଙ୍ଗୀର ଓ ଭଦ୍ରକରୁ ୭ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଢେଙ୍କାନାଳରୁ ୫ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ବରଗଡ଼, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବାଲେଶ୍ବର ଓ ପୁରୀରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାିଛି।

Comments are closed.