Odisha Link
Bridging the Missing Links in Odisha

ଭାରତରେ କରୋନା: ୨୪ ଘଣ୍ଟାରେ ୯୯୮୭ ନୂଆ ଆକ୍ରାନ୍ତ ଚିହ୍ନଟ, ୨୬୬ ମୃତ

ନୂଆଦିଲ୍ଲୀ: ଜୀବନ ଓ ଜୀବିକାକୁ ନଜରରେ ରଖି ସାରା ଦେଶରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଉଛି। ହେଲେ ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨ ଲକ୍ଷ ୬୬ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୯୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୬୬ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୪୭୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୫୯୮୮ରେ ପହଁଞ୍ଚିଛି। ସେମଧ୍ୟରୁ ୭୪୬୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୨୯,୯୧୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୨୯,୨୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର।

ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ସର୍ବାଧିକ ୮୮,୫୨୮ ଆକ୍ରାନ୍ତ ରହିଛନ୍ତି। ସେପଟେ ରାଜ୍ୟରେ ଏବେ ୩ ହଜାର ୧୬୯ ଜଣ ମୃତ୍ୟୁବରଣ କଲେଣି। ସେହିପରି ଗୁଜୁରାଟରେ ୧,୨୮୦, ଦିଲ୍ଲୀରେ ୮୭୪, ମଧ୍ୟପ୍ରଦେଶରେ ୪୧୪ ଜଣଙ୍କ ମୁଣ୍ଡ ନେଲାଣି ଏହି ମହାମାରୀ। ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.