Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୯୯୮୫ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ: ଜୀବନ ଓ ଜୀବିକାକୁ ନଜରରେ ରଖି ସାରା ଦେଶରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଉଛି। ହେଲେ ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨ ଲକ୍ଷ ୭୬ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୯୯୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୭୯ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୫୯୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୬,୫୮୩ରେ ପହଁଞ୍ଚିଛି। ସେମଧ୍ୟରୁ ୭୭୪୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୩୩,୬୩୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୩୫,୨୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କ ଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଦେଶରେ ମହାରାଷ୍ଟ୍ର ଓ ଦିଲ୍ଲୀ ସ୍ଥିତି ସବୁ କରୋନା ଆକ୍ରାନ୍ତ ରାଜ୍ୟ ଠାରୁ ସଙ୍ଗୀନ ରହିଛି। ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୯୦ ହଜାର ୭୮୭କୁ ବୃଦ୍ଧି ହୋଇଛି। ଏବେ ମହାରାଷ୍ଟ୍ରରେ ଆକ୍ଟିଭ୍ କେସ୍ ୪୪ ହଜାର ୮୬୬ ଓ ମୃତ୍ୟୁ ସଂଖ୍ୟା ୩ ହଜାର ୨୮୯ ରହିଛି। ଦିଲ୍ଲୀରେ ଆକ୍ରାନ୍ତ ସଂଖ୍ୟା ୩୧ ହଜାର ୩୦୯ ଏବଂ ମୃତ୍ୟୁ ସଂଖ୍ୟା ୯୦୫ ରହିଛି।

Comments are closed.