Odisha Link
Bridging the Missing Links in Odisha

ଭଲ ଖବର: ସୁସ୍ଥ ହେଲେ ଆଉ ୧୪୯

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ଆଜି ରାଜ୍ୟରେ ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଲରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୨୮୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୭ ଜଣ, ଖୋର୍ଦ୍ଧାରୁ ୨୬, ବଲାଙ୍ଗିରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱର,ଯାଜପୁର ଓ ନୟାଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହପିରି ଭଦ୍ରକ,କେନ୍ଦ୍ରାପଡା ଓ ପୁରୀ ରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ର ୪, କେନ୍ଦୁଝର ରୁ ୩, କଟକରୁ ୨, ବୌଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

Comments are closed.