Odisha Link
Bridging the Missing Links in Odisha

ରଜ ପାଇଁ ଶୁକ୍ରବାର କର୍ଫ୍ୟୁ କୋହଳ

ଭୁବନେଶ୍ୱର: ଆଗକୁ ଆସୁଛି ରଜ। ରଜ ପୂର୍ବରୁ କୋହଳ ହେବ କର୍ଫ୍ୟୁ। ରଜ ପର୍ବକୁ ନଜରରେ ରଖି ଶୁକ୍ରବାର ରାତିର କର୍ଫ୍ୟୁକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ ଜାରି ହେବ ନାହିଁ । ରାତି ୧୦ଟା ଯାଏଁ ଦୋକାନ ବଜାର ଖୋଲା ରହିବ। ଶୁକ୍ରବାର ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ। ରବିବାର ପହିଲି ରଜ ଥିବା ବେଳେ ଶନିବାର ଓ ରବିବାର ସଟ୍ ଡାଉନ୍ ରହିବ। ତେଣୁ ଶୁକ୍ରବାର ସନ୍ଧ୍ୟାରେ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି।

ରଜ ଉତ୍ସବକୁ ଦୃଷ୍ଟିରେ ରଖି କରୋନା ପାଇଁ ଉଗ୍ରତାର ପୀଠ ଓ ବରୁଣେଇ ମନ୍ଦିରରେ ଲାଗିବ ୧୪୪ ଧାରା । ୧୪ ତାରିଖରୁ ୨୦ ତାରିଖ ଯାଏଁ ପ୍ରତିବର୍ଷ ସେଠାରେ ରଜ ଉତ୍ସବ ପାଳନ କରାଯାଏ। ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏଠାରେ ୭ ଦିନ ଧରି ୧୪୪ ଧାରା ଜାରି କରାଯିବ।ଏହି ସମୟରେ କୌଣସି ପ୍ରକାର ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବନି।

Comments are closed.