Odisha Link
Bridging the Missing Links in Odisha

ବଡ଼ ଖବର: ରାଜ୍ୟରେ ୪ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରେ ୧୫ ଟି ଜିଲ୍ଲାରୁ ଆଉ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୪ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ରାଜ୍ୟରେ ମୋଟ ୪୦୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୧୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ୍‌ ସେଣ୍ଟରରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣା ପଡ଼ିଛି। ଆଜି କନ୍ଧମାଳରୁ ସର୍ବାଧିକ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା-୭, ନୟାଗଡ଼-୪, ଝାରସୁଗୁଡା-୧, ରାୟଗଡା-୫, କଟକ-୧୯, ଜଗତସିଂହପୁର-୪, ବାଲେଶ୍ୱର-୮, ଢେଙ୍କାନାଳ-୧, ଅନୁଗୁଳ-୬, ଗଞ୍ଜାମ-୮, ସୋନପୁର-୨, ଭଦ୍ରକ-୧୯, ସମ୍ୱଲପୁର-୧, ସୁନ୍ଦରଗଡରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ପଶ୍ଚିମବଙ୍ଗକୁ ଅମ୍ପାନ୍‌ ଡ୍ୟୁଟି କରିବାକୁ ଯାଇଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ଆଉ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ୪୦୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୭୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୩୩୩ ଜଣ ସକ୍ରିୟ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ରାଜ୍ୟରେ ୧୧ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଆଉ ୩ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

Comments are closed.