Odisha Link
Bridging the Missing Links in Odisha

ଆଜି ଓ କାଲି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପିଏମ୍‌ ମୋଦି

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଭାରତରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଆଜି ଆଉ କାଲି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପିଏମ୍‌ ମୋଦି। ଆଜି ଅପରାହ୍ନ ୩ଟାରେ ୨୧ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିବେ।

ପଞ୍ଜାବ, ଆସାମ, କେରଳ, ଉତ୍ତରାଖଣ୍ଡ, ଝାରଖଣ୍ଡ, ଛତିଶଗଡ଼, ତ୍ରିପୁରା, ହିମାଚଳ ପ୍ରଦେଶ, ଚଣ୍ଡିଗଡ଼, ଗୋଆ, ମଣିପୁର, ନାଗାଲାଣ୍ଡ, ଲଦାଖ, ପଣ୍ଡିଚେରୀ, ଅରୁଣାଚଳ ପ୍ରଦେଶ, ମେଘାଳୟ, ମିଜୋରାମ, ଆଣ୍ଡାମାନ ନିକୋବର, ସିକିମ୍, ଲକ୍ଷଦ୍ବୀପ, ଦାର୍ଦାନଗର ହାବେଳୀ ଦାମନ ଡିଉ ଆଜି ଏହି ବୈଠକରେ ସାମିଲ ହେବେ। ସୂଚନାଥାଉକି, ୩ ମାସ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬ଷ୍ଠ ଥର ପାଇଁ ବୈଠକ କରିବେ।

Comments are closed.