Odisha Link
Bridging the Missing Links in Odisha

କରୋନା: ୧୮ ଜିଲ୍ଲାରୁ ୧୭୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ୧୮ଟି ଜିଲ୍ଲାରୁ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ରେ ପହଁଞ୍ଚିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର -୫, ଯାଜପୁର-୯, ନବରଙ୍ଗପୁର-୭, ଖୋର୍ଦ୍ଧା-୧୦, କୋରାପୁଟ-୬, ମାଲକାନଗିରି-୧, କଳାହାଣ୍ଡି-୬, ନୂଆପଡା-୧, କନ୍ଧମାଳ-୩, ଭଦ୍ରକ-୩, ବୌଦ୍ଧ-୨, ପୁରୀ-୧୬, ସୁନ୍ଦରଗଡ-୩, କେନ୍ଦ୍ରାପଡା-୭, ବରଗଡ-୪, ବଲାଙ୍ଗୀରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କ୍ବାରାଣ୍ଟିନ୍‌ ସେଣ୍ଟରରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ରେ ପହଁଞ୍ଚିଛି। ୩୦୪୭ ଜଣ ସୁସ୍ଥ ହୋଇଥିବା ବେଳେ ୧୧ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ୧୪୫୧ ଜଣ ସକ୍ରିୟ ଆକ୍ରାନ୍ତ ରାଜ୍ୟ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.