Odisha Link
Bridging the Missing Links in Odisha

ରଥଯାତ୍ରା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ

ଭୁବନେଶ୍ବର: ଚଳିତ ବର୍ଷ ହେବ ନାହିଁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏନେଇ ଆଜି ଅପରାହ୍ନରେ ସୁପ୍ରିମକୋଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଣି କରିଥିଲେ। ଆଜି ସନ୍ଧ୍ୟାରେ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ଶେଷ ହୋଇଛି। ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବେ ରାଜ୍ୟ ସରକାର। ଚଳିତବର୍ଷ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ପୂର୍ଣ୍ଣ ଭାବେ ପାଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଏହି ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିଥିଲେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର ଉପସ୍ଥିତ ରହିବେ। ଆଇନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଥିଲେ।

ସୂଚନାଥାଉକି, ଏଥର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ହେବ ନାହିଁ। ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।

ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ କରାଯାଇଛି। ରଥଯାତ୍ରା ପାଇଁ ଅନୁମତି ଦେଲେ ମହାପ୍ରଭୁ ଜଗନ୍ନାଥ ଆମକୁ କ୍ଷମା ଦେବେନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହିତ ଓଡ଼ିଶାର କୌଣସି ସ୍ଥାନରେ ବି ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Comments are closed.