Odisha Link
Bridging the Missing Links in Odisha

ସନ୍ଧ୍ୟା ୭.୪୫ରେ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ, ରଥଯାତ୍ରା ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ବର: ଆଜି ସନ୍ଧ୍ୟା ୭ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର ଉପସ୍ଥିତ ରହିବେ। ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଉପସ୍ଥିତ ରହିବେ। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି।

ସୂଚନାଥାଉକି, ଏଥର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ହେବ ନାହିଁ। ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।

ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ କରାଯାଇଛି। ରଥଯାତ୍ରା ପାଇଁ ଅନୁମତି ଦେଲେ ମହାପ୍ରଭୁ ଜଗନ୍ନାଥ ଆମକୁ କ୍ଷମା ଦେବେନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହିତ ଓଡ଼ିଶାର କୌଣସି ସ୍ଥାନରେ ବି ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Comments are closed.