Odisha Link
Bridging the Missing Links in Odisha

ଦିନକରେ ୧୫ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ୧୩ ହଜାରରୁ ଅଧିକ ସୁସ୍ଥ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିସହିତ ଦନକରେ ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ରେକର୍ଡ ସୃଷ୍ଟି କରିଛି। ୨୪ ଘଣ୍ଟାରେ ଭାରତରେ ୧୫ ହଜାରରୁ ଅଧିକ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାକି ଦେଶରେ ଆଜି ପର୍ଯ୍ୟନ୍ତ ସର୍ବାଧିକ। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୪ ଲକ୍ଷ ୧୦ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୫,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩୦୬ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଯାହାକି ଦେଶରେ ଦିନକରେ ସର୍ବାଧିକ। ଅପରପକ୍ଷେ ୧୩,୯୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୦, ୪୬୧ରେ ପହଁଞ୍ଚିଛି। ସେମଧ୍ୟରୁ ୧୩,୨୫୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୬୯,୪୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨,୨୭,୭୫୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.