Odisha Link
Bridging the Missing Links in Odisha

ଭଲ ଖବର: ସୁସ୍ଥ ହେଲେ ଆଉ ୧୨୫ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେତିକି ବଢ଼ିବାରେ ଲାଗିଛି ସେତିକି ସୁସ୍ଥଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ରାଜ୍ୟରେ ଆଜି ଆଉ ୧୨୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ସୁସ୍ଥ ହୋଇଥିବା ୧୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୩, ପୁରୀରୁ ୧୭, କଟକରୁ ୧୪, ମୟୁରଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬, କେନ୍ଦ୍ରାପଡ଼ାରୁ ୪, ଜଗତସିଂହପୁରରୁ ୪, ସୁନ୍ଦରଗଡ଼ରୁ ୩, ବଲାଙ୍ଗିରରୁ ୨, କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡି଼ଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ରାଜ୍ୟରେ ୪ହଜାର ପାଖାପାଖି ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୯୮୮ରେ ପହଁଞ୍ଚିଛି। ରାଜ୍ୟରେ ବର୍ତ୍ତମାନ ୧୪୫୮ ଜଣ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାଥାଉକି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ରେ ପହଁଞ୍ଚିଛି।

Comments are closed.