Odisha Link
Bridging the Missing Links in Odisha

କରୋନା: ଆଜି ୧୮ ଜିଲ୍ଲାରୁ ୧୬୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରେ ଥିବା ବେଳେ ୧୭ଜଣ ସ୍ଥାନୀୟ ବାସିନ୍ଦା ବୋଲି ସୂଚନା ରହିଛି। ଆଜି ଚିହ୍ନଟ ହୋଇଥିବା ୧୬୭ ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମ ଜିଲ୍ଲାରୁ ୩୦ଜଣ, ଜଗତସିଂହପୁର ଜିଲ୍ଲାରେ ୧୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୪ଜଣ, ବାଲେଶ୍ବର ଜିଲ୍ଲାରୁ ୧୩ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ୭ଜଣ, ରାୟଗଡ଼ା, ଓ ଯାଜପୁର ଜିଲ୍ଲାରୁ ୫ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, କଟକ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ଜଣ, ବରଗଡ଼, ପୁରୀ, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରୁ ଜଣେ ଲୋଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.