Odisha Link
Bridging the Missing Links in Odisha

କରୋନା: ୧୯ ଜିଲ୍ଲାରୁ ୨୨୯ ଜଣ ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୯ଟି ଜିଲ୍ଲାରୁ ୨୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ୍‌ ସେଣ୍ଟରରୁ ୧୯୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଜି ଅନୁଗୁଳ ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୨୪ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୯୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨୨ଜଣ , ଝାରସୁଗୁଡା ଜିଲ୍ଲାରୁ ୧୦, କେନ୍ଦୁଜର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ ଓ ସୁନ୍ଦଗଡ ଜିଲ୍ଲାରୁ ୧୭ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୫୪୫କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ୫ ହଜାର ୩୫୩ ଜଣ ସୁସ୍ଥ ହୋଇଥିବା ବେଳେ ୨ ହଜାର ୧୫୭ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.