Odisha Link
Bridging the Missing Links in Odisha

କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ, ମୋଟ ୨୭

ଭୁବନେଶ୍ବର: ଆଜି ରାଜ୍ୟରେ ୨୨୯ ଜଣ କରେନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲାର ୪୯ ବର୍ଷୀୟ ପୁରୁଷ ହୋଇଥିବାବେଳେ ଆଉ ଜଣେ ଅନୁଗୁଳ ଜିଲାର ୫୭ ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଉଭୟ କରୋନାରେ ପିଡୀତ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.