Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ୬ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ୬୨୨୪ରେ ପହଁଞ୍ଚିଛି ସୁସ୍ଥଙ୍କ ସଂଖ୍ୟା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବା କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୯୯ ଓ ଗଜପତିରୁ ୫୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ସମ୍ବଲପୁରରୁ ୧୧, ଖୋର୍ଦ୍ଧାରୁ ୧୦ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୮, କେନ୍ଦୁଝର ଓ ପୁରୀରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଜଗତସିଂହପୁରରୁ ୫ ଓ ନୟାଗଡ଼ରୁ ୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବରଗଡ଼ ଓ କୋରାପୁଟରୁ ୨ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ରାଜ୍ୟରେ ୬୨୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.