Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୬୦ ପାର

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ୧୯ଟି ଜିଲ୍ଲାରୁ ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୨ ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଁଞ୍ଚିଛି। ଏଥିସହିତ ରାଜ୍ୟରେ କରୋନାରେ ଆଉ ୫ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳର ୧୧, ବାଲେଶ୍ୱରର ୩, ଭଦ୍ରକରୁ ୨, ବୌଦ୍ଧରୁ ୩, କଟକରୁ ୪୬, ଗଜପତିରୁ ୨୫, ଗଞ୍ଜାମରୁ ୨୧୮, ଜଗତସିଂପୁରରୁ ୧୬, ଯାଜପୁରରୁ ୪୦, ଝାରସୁଗୁଡାରୁ ୩୧, କେନ୍ଦ୍ରାପଡାରୁ ୬, କେଉଁଝରରୁ ୧୪, ଖୋର୍ଧା ୩୭, କୋରାପୁଟରୁ ୧୧, ମୟୂରଭଞ୍ଜରୁ ୧୦, ନୟାଗଡରୁ ୩୭, ପୁରୀରୁ ୧୫, ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୪୪ ଜଣ ରହିଛନ୍ତି ।

ଆଜି ରାଜ୍ୟରେ କରୋନା ଆକ୍ରାନ୍ତରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Comments are closed.