Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ୮ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ରାଜ୍ୟ ପାଇଁ ମଧ୍ୟ ଏକ ଭଲ ଖବର ଆସିଛି। ରାଜ୍ୟରେ ଆଜି ୩୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ୮ହଜାର ଟପିଛି ସୁସ୍ଥଙ୍କ ସଂଖ୍ୟା। ରାଜ୍ୟରେ ବର୍ତ୍ତମାନ ୮୩୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜମାରୁ ସର୍ବାଧିକ ୧୮୭, ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ବରରେ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡ଼ାରୁ ୬ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଗଜପତି ଓ ଝାରସୁଗୁଡ଼ାରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବରଗଡ଼, ଭଦ୍ରକ ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.