Odisha Link
Bridging the Missing Links in Odisha

ବଡ଼ ଖବର: ରାଜ୍ୟରେ ୧୩ ହଜାର ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧ ରେ ପହଁଞ୍ଚିଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୦୧ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ସବୁଦିନ ପରି ଆଜି ମଧ୍ୟ ଗଞ୍ଜାମରୁ ସର୍ବାଧିକ ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଦ୍ଧା ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ୩୪ ହଜାର ୫୨୭ଟି ନମୂନା ପରୀକ୍ଷଣ କରାଯାଇ ଥିବା ବେଳେ ୧୩ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ହଜାର ୩୬୦ ଜଣ ସୁସ୍ଥ ହୋଇଥିବା ବେଳେ ୬୪ ଜଣଙ୍କର ମହାମାରୀ କରୋନାରେ ମୃତ୍ୟୁ ହୋଇଛି ଏବଂ ୨୦ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ରାଜ୍ୟରେ ୪ ହଜାର ୬୭୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.