Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୯୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧ରେ ପହଁଞ୍ଚିଛି। ଏଥିସହିତ ଆଜି ଅନ୍ୟ କାରଣରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ଅନ୍ୟ କାରଣରୁ ୨୮ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ମୃତ୍ୟୁ ହୋଇଥିବା ୫ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ଏହା ପ୍ରଥମ କରୋନା ଜନିତ ମୃତ୍ୟୁ ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

https://twitter.com/HFWOdisha/status/1284725729922437121

 

Comments are closed.