Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୧୭ ହଜାର ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ। ରାଜ୍ୟରେ ଆଜି ୨୫ ଜିଲ୍ଲାରୁ ୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରର ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥରା କାରଣ ପାଲଟିଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ବରରେ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୨୨, ବାଲେଶ୍ବରରୁ ୩୩, ବରଗଡ଼ରୁ ୩, ଭଦ୍ରକ ୫, ବଲାଙ୍ଗୀରରୁ ୪, ବୌଦ୍ଧରୁ ୮, କଟକରୁ ୨୭, ଢେଙ୍କାନାଳରୁ ୧, ଗଜପତିରୁ ୩୯, ଜଗତସିଂହପୁର ଓ ଯାଜପୁରୁ ୪୦ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି।

କଳାହାଣ୍ଡିରୁ ୨, କେନ୍ଦ୍ରପଡ଼ାରୁ ୭, କେନ୍ଦୁଝରରୁ ୧, କୋରାପୁଟରୁ ୪୫, ମାଲକାନଗିରିରୁ ୧୮, ମୟୂରଭଞ୍ଜରୁ ୧୨, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୦, ପୁରୀରୁ ୧୪, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

Comments are closed.