Odisha Link
Bridging the Missing Links in Odisha

ସମ୍ ହସ୍ପିଟାଲରେ କୋଭିଡ-୧୯ ଭ୍ୟାକ୍ସିନ୍ ପରୀକ୍ଷଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: କୋଭିଡ୍-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ୍ ଟୁ ବି ୟୁନିଭର୍ସିିଟି) ପରିଚାଳିତ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍ରେ ସୋମବାର ଆରମ୍ଭ ହୋଇଛି । ଭାରତର ପ୍ରଥମ କୋଭିଡି-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଦେଶର ୧୨ଟି ଅନୁଷ୍ଠାନକୁ ସ୍ୱିକୃତି ଦିଆଯାଇଥିବା ବେଳେ ଓଡିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ମନୋନୀତ କରଯାଇଛି ।

ଆଇସିଏମଆର ଓ ଭାରତ ବାୟୋଟେକର ମିଳିତ ସହଯୋଗରେ ଏହି ଭ୍ୟାକସିନ୍ର ପ୍ରସ୍ତୁତି ଚାଲିଥିବାବେଳେ ସମ୍ ହସ୍ପିଟାଲରେ ଏହାର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ଭାବେ ପ୍ରିଭେନ୍ଟିଭ ଆଣ୍ଡ ଥେରାପିଉଟିକ୍ କ୍ଲିନିକାଲ୍ ଟ୍ରାଏଲ୍ ୟୁନିଟର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରିଜିଓନାଲ୍ ମେଡିକାଲ ରିସର୍ଚ୍ଚ ସେଂଟର (ଆର୍ଏମ୍ଆର୍ସି) ର ନିଦେ୍ର୍ଧଶିକା ଡଃ ସଂଘମିତ୍ରା ପତି, ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର ଭିଡିଓ କନଫରେନସିଙ୍ଗ ମାଧ୍ୟମରେ ଯୋଗ ଦେଇଥିବା ବେଳେ, ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ସମ୍ ହସ୍ପିଟାଲର କମୁ୍ୟନିଟି ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ତ୍ରିଲୋଚନ ସାହୁ ଏବଂ ଭ୍ୟାକସିନ୍ ଟ୍ରାଏଲର ମୁଖ୍ୟ ପରୀକ୍ଷକ ତଥା କମୁ୍ୟନିଟି ମେଡିସିନ ବିଭାଗର ପ୍ରଫେସର ଡଃ ଇ ଭେଙ୍କଟ ରାଓ ପ୍ରମୁଖ ଉପସ୍ଥିତ ଥିଲେ । ସୋମବାର ଭ୍ୟାକସିନ୍ ଟ୍ରାଏଲର ସ୍କ୍ରିନିଙ୍ଗ ଆରମ୍ଭ କରାଯାଇଥିବା ବେଳେ ୧୮ରୁ ୫୫ ବର୍ଷ ବୟସର ସ୍ୱେଚ୍ଛାସେବୀ ମାନଙ୍କ ଶରୀରରେ ଏହି ଟୀକା ପରୀକ୍ଷଣ କରାଯିବ ବୋଲି ଡଃ ରାଓ କହିଛନ୍ତି । ଏହି ବହୁ ପ୍ରତିକ୍ଷିତ ଭ୍ୟାକସିନ୍ର କ୍ଲିନିକାଲ୍ ଟ୍ରାଏଲ୍ ନିମନ୍ତେ ଓଡ଼ିଶାର ଏକମାତ୍ର ହସପିଟାଲ୍ ଭାବେ ଆଇଏମଏସ ଆଣ୍ଡ ସମ୍ ହସପିଟାଲ ମନୋନୀତ ହୋଇଥିବା ବେଳେ ସୋମବାର ଶୁଭାରମ୍ଭ ହୋଇଥିବା କ୍ଲିନିକାଲ୍ ଟ୍ରାଏଲ ୟୁନିଟ୍ ଓଡିଶାର ଏକମାତ୍ର କେନ୍ଦ୍ରଭାବେ ସମ୍ ହସ୍ପିଟାଲ୍ରେ ତାର କାର୍ଯ୍ୟ ଆରମ୍ଭ କରିଛି ।

ଏହି କ୍ଲିନିକାଲ୍ ଟ୍ରାଏଲ୍ ୟୁନିଟର ଶୁଭାରମ୍ଭ ପରେ ଗଣମାଧ୍ୟକୁ ସୂଚନା ଦେଇ ଡଃ ରାଓ କହିଛନ୍ତି ଯେ ଦେଶ ସମେତ ବିଦେଶର ଅନେକ ଗବେଷଣା ଅନୁଷ୍ଠାନ କରୋନା ଟୀକାର ପରୀକ୍ଷଣ କରୁଛନ୍ତି । ଏହି ପରୀକ୍ଷଣ ନିମନ୍ତେ ଶୁଭାରମ୍ଭ ହୋଇଥିବା ୟୁନିଟ୍ ଟି କ୍ଲିନିକାଲ ଟ୍ରାଏଲର ବିଭିନ୍ନ ଦିଗ ଉପରେ ମନୋନିବେଶ କରି କାର୍ଯ୍ୟ କରିବ । ୪ଟି ପର୍ଯ୍ୟାୟରେ ମଣିଷ ଉପରେ ଏହି ପରୀକ୍ଷଣ କରାଯିବ ବୋଲି ସେ କହିଛନ୍ତି । ସେହିପରି ଏହି କାର୍ଯ୍ୟରେ ଗୁଣବତା, ମୂଲ୍ୟବୋଧ, ରୋଗୀଙ୍କ ସୁରକ୍ଷା ଉପରେ ଦୃଢ଼ ଦୃଷ୍ଟି ଦେବୁ । ଡ୍ରଗସ୍ କଂଟ୍ରୋଲର ଜେନେରାଲ୍ ଅଫ ଇଣ୍ଡିଆ ଏବଂ ସେଂଟ୍ରାଲ୍ ଡ୍ରଗ ଷ୍ଟାଣ୍ଡାଡାଇଜେସନ କଂଟ୍ରୋଲର ଅରଗାନାଇଜେସନ ଦ୍ୱାରା ଅନୁମୋଦିତ ଭ୍ୟାକସିନ୍ହିଁ ଏହି ପରୀକ୍ଷଣରେ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି ।

ଏହି କରୋନା ମହାମାରୀରୁ ମାନବସମାଜକୁ ବଂଚାଇବା ପାଇଁ ଯେଉଁ ସ୍ୱେଚ୍ଚାସେବୀ ମାନେ ଏହି ଟିକା ପରୀକ୍ଷଣରେ ନିଜକୁ ନିୟୋଜିତ କରିବାକୁ ଚାହୁଁଛନ୍ତିି ସେମାନେ http://ptctu.soa.ac.in/ ୱେବସାଇଟରେ ନିଜନାମ ପଂଜିକୃତ କରନ୍ତୁ ଅଥବା ୮୯୧୭୨୧୧୨୧୪ ହ୍ୱାଟସ୍ଆପ୍ ନମ୍ବରରେ ଯୋଗାଯୋଗ କରନ୍ତୁ ବୋଲି ଡଃ ରାଓ କହିଛନ୍ତି ।

କୋଭିଡ୍-୧୯ ମହାମାରୀ ଦ୍ୱାରା ଉଦ୍ଭବ ପରିସ୍ଥିତି ଏବଂ ଜନସ୍ୱାସ୍ଥ୍ୟ ନିମନ୍ତେ ଜରୁରୀ ହୋଇପଡ଼ିଥିବା ଭ୍ୟାକସିନ୍ର ମଣିଷ ଉପରେ ପ୍ରୟୋଗ ନେଇ ପରୀକ୍ଷଣ କରିବାକୁ ନିଷ୍ପତି ନିଆଯାଇଥିବା ବେଳେ ଆଇସିଏମଆର ପକ୍ଷରୁ ସମ୍ ହସପିଟାଲ୍କୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି । ଆଇସିଏମଆର – ନ୍ୟାସନାଲ ଇନଷ୍ଟିଚୁ୍ୟଟ୍ ଅଫ ଭିରୋଲଜି, ପୁଣେ ଦ୍ୱାରା ପୃଥକ କରାଯାଇଥିବା ଏହି ଭାଇରସର ଷ୍ଟ୍ରେନକୁ ନେଇ ଏହି ଚର୍ଚ୍ଚିତ ଭ୍ୟାକସିନ୍ ପ୍ରସ୍ତୁତ କରଯାଉଛି । ଆଇସିଏମଆର ଓ ଭାରତ ବାୟୋଟେକ ମିଳିତ ଭାବରେ ଏହି ଭ୍ୟାକସିନକୁ ପ୍ରସ୍ତୁତ କରୁଛନ୍ତି । ଡ୍ରଗ କଂଟ୍ରୋଲର ଜେନେରାଲ ଅଫ ଇଣ୍ଡିଆଙ୍କ ପକ୍ଷରୁ ଫେଜ-୧ ଏବଂ ଫେଜ-୨ରେ ମଣିଷ ଉପରେ ଏହାର ପ୍ରୟୋଗ ନିମନ୍ତେ ଅନୁମତି ମିଳିସାରିଛି ।

ସଞ୍ଜୟ ଦାସବର୍ମାଙ୍କ ପ୍ରତିକ୍ରିୟା ମୁଁ ପ୍ରଥମେ ଧନ୍ୟବାଦ ଜଣେଇବି ବିଜେପିର ବିଧାୟକ ନିତ୍ୟାନନ୍ଦ ଗଣ୍ଡକୁ ,ସେ ମୋ ସହିତ ଅନେକ ବ୍ଲକ ଗସ୍ତ କରିଥିଲେ ସମିଳିତ ଭାବରେ ଲୋକଙ୍କ ଦୁଃଖ ସୁଖ ବୁଝିଥିଲୁ ଜିଲ୍ଲା ସ୍ତରରେ କୋଭିଡ଼ ମୁକବିଲାକୁ ନେଇ ତଦାରଖ କରିଥିଲୁ ଦୁର୍ଭାଗ୍ୟର ଘଟଣା ତିନି ଦିନ ତଳର ଘଟଣାକୁ କାହିଁକି ବିଜେପି ରାଜନୈତିକ ରୂପ ଦେଉଛି ହେଲିକପ୍ଟର ଗସ୍ତ ପ୍ରସଙ୍ଗକୁ ଏଡେଇ ଗଲେ

କରୋନା ସମୟରେ ସରକାର ଖର୍ଚ୍ଚ କାଟ କରୁଥିବା ବେଳେ ହେଲିକ୍ୟାପ୍ଟର ଉଡାଇ ବିବାଦରେ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା । ଦକ୍ଷିଣ ଓଡିଶା ଗସ୍ତରେ ଯାଇ ହେଲିକ୍ୟାପ୍ଟର ଉଡାଇଛନ୍ତି ସଞ୍ଜୟ । କୋରୋନା ସମୟରେ ରାଜ୍ୟ ସରକାର ଖର୍ଚ୍ଚ କାଟ ପାଇଁ କହୁଥିବା ବେଳେ ସଂଜୟଙ୍କ ବ୍ୟୟବହୁଳ ଗସ୍ତକୁ ନେଇ ବିରୋଧୀଙ୍କ ଅଭିଯୋଗ। ସରକାରୀ ଗସ୍ତରେ ଯାଇ ଦଳୀୟ କାର୍ଯ୍ୟକ୍ରମ କରିଥିବା ଅଭିଯୋଗ । ଅଭିଯୋଗ ଆଣିଲେ ପୂର୍ବତନ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ। 13 ରୁ 18 ତାରିଖ ଦକ୍ଷିଣ ଓଡିଶା ଗସ୍ତ ରେ ଯାଇଥିଲେ ସଞ୍ଜୟ। 18 ତାରିଖରେ ନବରଙ୍ଗପୁରରୁ ହେଲିକ୍ୟାପ୍ଟରରେ ଭୁବନେଶ୍ୱର ଫେରିଛନ୍ତି ସଞ୍ଜୟ ।ଏହି ସମୟରେ ଜନ ଗହଳି କରି ରାସନ କାର୍ଡ ବାଣ୍ଟିବା ଓ ଦଳୀୟ କାର୍ଯ୍ୟ କ୍ରମ କରିଛନ୍ତି ବୋଲି ବିଜେପି ଅଭିଯୋଗ ଆଣିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି…

Comments are closed.