କରୋନା: ଅଣାୟତ୍ତ ରାଜଧାନୀ, ଆଜି ଆଉ ୨୪୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍ ରାଜଧାନୀ ଭୁବନେଶ୍ବରରେ କାୟା ବିସ୍ତାର କରିବାରେ ଲାଗିଛି। ଆଜି ଭୁବନେଶ୍ବରରୁ ଆଉ ୨୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଏହା ହେଉଛି ସର୍ବାଧିକ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ବିଏମ୍ସି ପକ୍ଷରୁ କୁହାଯାଇଛି ଯେ, ୨୦୭ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧ ଜଣ ହେଉଛନ୍ତି ଲୋକାଲ କେଶ। ଅପରପକ୍ଷେ ଭୁବନେଶ୍ୱରରୁ ଆଜି ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ବିଏମ୍ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏଥିରୁ ୮୩୪ ଜଣ ସୁସ୍ଥ ହୋଇଥିବା ବେଳେ ୮୭୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କିନ୍ତୁ କରୋନାରେ ଆକ୍ରାନ୍ତ ୧୧ ଜଣ ରୋଗୀଙ୍କର ମୃତ୍ୟୁ ହୋଇସାରିଛି।
Comments are closed.