କରୋନା: ଦିନକରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଗୋଟିଏ ପଟେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୦ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୩୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜି ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଗଜପତିରୁ ୧, ଝାରସୁଗୁଡ଼ାରୁ ୧, ରାୟଗଡ଼ାରୁ ୧ ଓ ସୁନ୍ଦରଗଡ଼ରୁ ୨ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
Regret to inform the demise of 10 Covid positive patients while under treatment in hospitals.
1. A 54-year old male of Sundergarh district who was also suffering from Diabetes.
2. A 37-year old male of Gajapati district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 25, 2020
Comments are closed.