Odisha Link
Bridging the Missing Links in Odisha

କରୋନା: ରାଜଧାନୀରେ ୧୮ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍‌ ରାଜଧାନୀ ଭୁବନେଶ୍ବରରେ କାୟା ବିସ୍ତାର କରିବାରେ ଲାଗିଛି। ଆଜି ଭୁବନେଶ୍ବରରୁ ଆଉ ୧୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ବାରାଣ୍ଟିନରୁ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ରାଜଧାନୀରେ ଦିନକୁ ଦିନ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ବିଏମ୍‌ସିର ପାଇଁ ଚିନ୍ତାର କାରଣ ପାଲଟିଛି।

ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏଥିରୁ ୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୯୫୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷେ କରୋନାରେ ଆକ୍ରାନ୍ତ ୧୧ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି।

Comments are closed.