Odisha Link
Bridging the Missing Links in Odisha

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୫ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର।

ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ସଚିବ ରାଜ କୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିସନର ଭାବେ ଅବସ୍ଥାପିତ କରାଯାିଥିବା ବେଳେ ଶ୍ରମ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗଙ୍କୁ ଜଳ ସମ୍ପଦ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ଶ୍ରୀମତୀ ଗର୍ଗ ପୂର୍ବଭଳି ମହିଳା ଶିଶୁ ବିଭାଗ ଓ ମିଶନ୍‌ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦରୟିତ୍ବ ତୁଲାଇବେ।

ଏମ୍‌ଏସ୍‌ଏମ୍‌ଇ ସଚିବ ସତ୍ୟବ୍ରତ ସାହୁଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାରଙ୍କୁ ଇସ୍ପାତ୍‌ ଓ ଖଣି ବିଭାଗକୁ ବଦଳି କରାଯାଇଥିବା ବେଳେ ସେ କଟକ ଉନ୍ନୟନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ବିଭାଗର ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Comments are closed.