Odisha Link
Bridging the Missing Links in Odisha

ବଡ଼ ଖବର: ଦେଶରେ ୧୫ ଲକ୍ଷ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁସଂଖ୍ୟା ୩୪ ହଜାର ପାର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧୫ ଲକ୍ଷ ୩୧ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୪୮,୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୭୬୮ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୩୫,୨୮୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୧,୬୬୯ରେ ପହଁଞ୍ଚିଛି। ସେମଧ୍ୟରୁ ୩୪,୧୯୩ଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୫,୦୯,୪୪୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୯,୮୮,୦୨୯ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.