Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୦ ମୃତ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଏପରିକି କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ଆଉ ୧୨୦୩ ଜଣ ନୂଆ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଆଜି ରାଜ୍ୟରେ ୧୦ ଜଣଙ୍କର କରେନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନତି ମୃତ୍ୟୁସଂଖ୍ୟା ୧୬୯ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ନୟାଗଡ଼,ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Comments are closed.