Odisha Link
Bridging the Missing Links in Odisha

୨ ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ମଞ୍ଜୁର

ଭୁବନେଶ୍ୱର: କଥା ଦେଇ କଥା ରଖିଲେ ରାଜ୍ୟ ସରକାର। କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ମଞ୍ଜୁର କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିବାର ପିଛା ୧୫ ଲକ୍ଷ ଲେଖାଏଁ ମଞ୍ଜୁର କରିଛନ୍ତି।

ଦିବଙ୍ଗତ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଓ କେ.ସିଏଚ ରତ୍ନମଙ୍କ ପରିବାରକୁ ଏହି ସହାୟତା ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ସୂଚନା ଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସୂଚନାଥାଉକି, କରୋନା କାଳରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ଦେବା ପାଇଁ ସରକାର ଘୋଷଣା କରିଥିଲଲେ।କୋଭିଡରେ ମୃତ୍ୟୁ ହେଲେ ୧୫ ଲକ୍ଷର ସହାୟତା ଘୋଷଣା କରିଥିଲେ ସରକାର।

Comments are closed.