Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ୨୦ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୭୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୦୫୧୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗଡ଼ାରୁ ୩୧, ଗଜପତିରୁ ୨୭, ସୁନ୍ଦରଗଡ଼ରୁ ୨୪, ଯାଜପୁରରୁ ୨୧, କଳାହାଣ୍ଡି ୨୦, ନବରଙ୍ଗପୁରରୁ ୧୯, ମୟୂରଭଞ୍ଜରୁ ୧୮, କନ୍ଧମାଳରୁ ୧୪, ମାଲକାନିଗିରିରୁ ୧୨, ସମ୍ବଲପୁରରୁ ୧୧ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୦ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ବରଗଡ଼ରୁ ୬, ବଲାଙ୍ଗିରରୁ ୫, ବାଲେଶ୍ବରରୁ ୪, ବୌଦ୍ଧ, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ନୟାଗଡ଼, ସୋନପୁର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comments are closed.