ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଯଦି ଲଘୁଚାପ ସୃଷ୍ଟି ହୁଏ। ତେବେ ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିବାରେ ସହାୟକ ହେବ। ଲଘୁଚାପ ଆସୁଥିଲେ ହେଁ ଅଗଷ୍ଟ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଅପରପକ୍ଷେ, ଆଗାମୀ ୧୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ଓ ବଜ୍ରପାତକୁ ନେଇ ୧୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ଜିଲ୍ଲା ଗୁଡ଼ିକ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ନବରଙ୍ଗପୁର, ଦେବଗଡ଼, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ।
ସୂଚନାଥାଉକି, ଶ୍ରାବଣ ମାସ ହୋଇଥିଲେ ମଧ୍ୟ ବର୍ଷାର ଦେଖା ନାହିଁ । ଏହାସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି କିନ୍ତୁ ବର୍ଷା ହେବା ବଦଳରେ ପ୍ରଚଣ୍ଡ ଖରାକୁ ତାତି ବଢ଼ିବାରେ ଲାଗିଛି। ଏପରିକି ନିଅଣ୍ଟିଆ ବର୍ଷା ଚାଷୀକୂଳର ଚିନ୍ତା ବଢ଼ାଇଛି।