Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୧୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ରାଜଧାନୀରୁ ଆଜି ଆଉ ୧୨୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ୨୭୩୫ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ରାଜଧାନୀରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ କ୍ବାରାଣ୍ଟିନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଜି ରାଜଧାନୀରୁ ୯୪ ଜଣ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ରାଜଧାନୀରେ ୧୪୩୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨୮୫ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.