Odisha Link
Bridging the Missing Links in Odisha

କରୋନା: ଆଉ ୧୦ ମୃତ, ମୋଟ ୧୮୭

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୮୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣ ମୃତ୍ୟୁ ବରଣ କରିଥିବା ବେଳେ ଖୋର୍ଦ୍ଧାରୁ ୩ଜଣ। ସୁନ୍ଦରଗଡ଼ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Comments are closed.