Odisha Link
Bridging the Missing Links in Odisha

ଭୁବନେଶ୍ବରରୁ ଆଉ ୧୨୬ ପଜିଟିଭ ଚିହ୍ନଟ, ୧୩୩ ସୁସ୍ଥ

ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜଧାନୀରୁ ଆଉ ୧୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧ରେ ପହଁଞ୍ଚିଛି। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି।

ଆଜି ଭୁବେଶ୍ବରରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଜି ୧୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜଧାନୀ ଭୁବନେଶ୍ବରରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧। ସେ ମଧ୍ୟରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୬୬ ଜଣ ସୁସ୍ଥ ହୋଇ ଫେରିଛନ୍ତି। ୧୨୭୬ ଜଣ ସକ୍ରିୟ ଆକ୍ରାନ୍ତ ଏବେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.