Odisha Link
Bridging the Missing Links in Odisha

କରୋନା: ଭୁବନେଶ୍ବରରେ ଆଉ ୧୩୭ ପଜିଟିଭ ଚିହ୍ନଟ, ୧୧୮ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜଧାନୀରେ ଆଜି ଆଉ ୧୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୫୪ରେ ପହଁଞ୍ଚିଛି। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୫୪ ଜଣ ହୋଇଥିବା ବେଳେ ସେ ମଧ୍ୟରୁ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୬୧ ଜଣ ସୁସ୍ଥ ହୋଇ ଫେରିଛନ୍ତି। ବାକି ୧୨୭୩ ଜଣ ସକ୍ରିୟ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଅପରପକ୍ଷେ ରାଜଧାନୀ ଭୁବନେଶ୍ବରରେ ଆଜି ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି।

Comments are closed.